ଚର୍ଚ୍ଚିତ ଅଭିନେତା ଇରଫାନ ଖାନଙ୍କ ପରଲୋକ

ମୁମ୍ବାଇ() ଆଜି ବହୁ ଚର୍ଚ୍ଚିତ ଅଭିନେତା ଇରଫାନ ଖାନଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୫୪ବର୍ଷ ହୋଇଥିଲା । ସେ କ୍ୟାନସର ରୋଗରେ ପୀଡ଼ିତ ଥିଲେ । ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଯିବାରୁ ଗତକାଲି ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତାଙ୍କ ମୃତ୍ୟୁରେ ବଲିଉଡ଼ ଜଗତରେ ଶୋକର ଛାୟା ଖେଳିଯାଇଛି ।

Share

Leave a Reply

Your email address will not be published. Required fields are marked *

17 + 8 =