ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୭ଗଞ୍ଜାମର ହୋଇଥିବା ବେଳେ ୩ ଭୁବନେଶ୍ବରର ମଞ୍ଚେଶ୍ବର, ଭିଏସଏସ ନଗର ଓ ସୂର୍ଯ୍ୟନଗର ବୋଲି ଜଣାପଡିଛି ।ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୧୯ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଓଡ଼ିଶାରେ ୧୫୫ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

fourteen + 2 =