୧୨ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର() ଅଗଷ୍ଟ ୩ ତାରିଖରୁ ଉତ୍ତର-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଶନିବାରଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ରବିବାରଠୁ ରାଜ୍ୟରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଶନିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବିଜୁଳି ଓ ଘଡ଼ଗଡ଼ି ସହ ଝଡ଼ବର୍ଷା ହେବ । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହେବା ସହ ୫ ତାରିଖରୁ ଗଭୀର ସମୁଦ୍ରକୁ ଯିବା ପାଇଁ ଧୀବରଙ୍କୁ ବାରଣ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

5 × three =