ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ

ଭୁବନେଶ୍ୱର: ରାଜ୍ୟ ଭିଜିଲାନ୍ସ ବିଭାଗର ନିର୍ଦ୍ଦେଶକ, ପୁଲିସ ବିଭାଗର ଅତିରିକ୍ତ ଡିଜି, ବିଶିଷ୍ଟ ସାହିତ୍ୟିକ ଡକ୍ଟର ଦେବାଶିଷ ପାଣିଗ୍ରାହୀଙ୍କର ଶୁକ୍ରବାର ରାତିରେ କୋଲକାତାର ମେଡିକା ହସ୍ପିଟାଲରେ ପରଲୋକ ଘଟିଛି। କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ତାଙ୍କୁ ମାତ୍ର ୫୬ ବର୍ଷ ହୋଇଥିଲା। ଡକ୍ଟର ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ମେ ୨୯ ତାରିଖରେ କଟକର ଅଶ୍ବିନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। କିନ୍ତୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ଗୁରୁତର ହେବାରୁ ଏକମୋ ସହାୟତାରେ ଚିକିତ୍ସା ପାଇଁ ଜୁନ୍ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତା ନିଆଯାଇଥିଲା। କିନ୍ତୁ ସେଠାରେ ଡାକ୍ତରଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି। ଡକ୍ଟର ପାଣିଗ୍ରାହୀଙ୍କର ପତ୍ନୀ ଅଧ୍ୟାପିକା ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଝୁମକି ରଥ, ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି।

Share

Leave a Reply

Your email address will not be published. Required fields are marked *

5 × 3 =