ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନକ ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୮୨୩କୁ ବୃଦ୍ଧିପାଇଛି। କଟକ ଜିଲାରେ ସର୍ବାଧିକ ୧୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ନୟାଗଡରେ ୧୨ ଓ କେନ୍ଦ୍ରାପଡା ଜିଲାରେ ୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଅନୁଗୁଳ ଜିଲାରେ ୫, ନବରଙ୍ଗପୁରରେ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଯାଜପୁର, ଖୋର୍ଦ୍ଧା ଓ ସମ୍ବଲପୁର ଜିଲାରେ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। ସେହିଭଳି ବାଲେଶ୍ୱର, ବରଗଡ, ବଲାଙ୍ଗିର, ଜଗତସିଂହପୁର, ପୁରୀରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Share

Leave a Reply

Your email address will not be published. Required fields are marked *

three × five =