ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ
୨ ବାଇକ ମହାଁମୁହିଁ ଧକ୍କା । ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ। ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅର୍ନ୍ତଗତ ଦୁର୍ଗୀ ଜଗନ୍ନାଥ ମନ୍ଦିର ସାମ୍ନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହଛି । ପୋଲିସ ଘଟଣାର ତଦନ୍ତ କରୁଛି ।

