ରାଜ୍ୟ

କମିଲା ସୁନା ଦାମ, ଜଲଦି କିଣିନିଅ ¡

ସାମାନ୍ୟ କମିଲା ସୁନା ଦର  । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୨୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୭,୮୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୨୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୭,୮୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୧,୨୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୪୭,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୧,୩୯୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୭,୯୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୨,୫୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୯,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୧,୨୪୦ ଓ ୧,୪୭,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୭୯,୯୦୦ ଟଙ୍କା ହୋଇଛି ।
Share

Leave a Reply

Your email address will not be published. Required fields are marked *

5 × 1 =