ଫେଡେରାଲ୍ ଫାଇନାନ୍ସିଆଲ ସର୍ଭିସେସ୍ ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍ ଅଫର ନଭେମ୍ବର ୨୨ରେ ଖୋଲିବ

ଭୁବନେଶ୍ୱର: ଫେଡେରାଲ୍ ଫାଇନାନ୍ସିଆଲ ସର୍ଭିସେସ୍ ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍ ଅଫର ୨୦୨୩ ନଭେମ୍ବର ୨୨ ବୁଧବାର ଦିନ ଖୋଲିବ । ଏହି ଅଫରରେ ୬୦୦ କୋଟି ଟଙ୍କାର ନୂଆ ଇକ୍ୱିଟି ସେୟାର ଜାରି କରାଯିବ ଏବଂ ଅଫର ଫର ସେଲ୍‌ରେ ଅଂଶଧନକାରୀମାନେ ବିକ୍ରି ଲାଗି ୩୫,୧୬୧,୭୨୩ ଇକ୍ୱିଟି ସେୟାର ଉପଲବ୍ଧ କରାଇବେ । ଆଙ୍କର ନିବେଶକମାନେ ଅଫର ଖୋଲିବାର ଗୋଟିଏ ଦିନ ପୂର୍ବରୁ ୨୦୨୩ ନଭେମ୍ବର ୨୧ରେ ବିଡ୍ ଦାଖଲ କରିପାରିବେ । ଏହି ଅଫର ୨୦୨୩ ନଭେମ୍ବର ୨୨ରେ ଖୋଲିବ ଓ ୨୦୨୩ ନଭେମ୍ବର ୨୪ରେ ବନ୍ଦ ହେବ ।
ଏହି ଅଫରରେ ଇକ୍ୱିଟି ସେୟାରର ମୂଲ୍ୟ ୧୩୩ ଟଙ୍କାରୁ ୧୪୦ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି । ସର୍ବନିମ୍ନ ୧୦୭ଟି ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରାଯାଇପାରିବ ଏବଂ ଏହା ପରେ ୧୦୭ଟି ଲେଖାଏଁ ଇକ୍ୱିଟି ସେୟାର ଗୁଣିତକ ଭାବେ ଯୋଡ଼ାଯାଇପାରିବ । ଏହି ଅଫରରେ କର୍ମଚାରୀମାନଙ୍କ ପାଇଁ ଇକ୍ୱିଟି ସେୟାର ପିଛା ୧୦ ଟଙ୍କା ରିହାତିରେ ୧୦ କୋଟି ଟଙ୍କା ପର୍ଯ୍ୟନ୍ତର ସଂରକ୍ଷଣ ବ୍ୟବସ୍ଥା ରହିଛି ।
ଏହି ଇସ୍ୟୁରୁ ଯେଉଁ ପାଣ୍ଠି ସଂଗ୍ରହ ହେବ ତାହାକୁ କଂପାନିର ଭବିଷ୍ୟତ ପୁଂଜି ଆବଶ୍ୟକତା ପୂର କରିବା ଲାଗି ଟାୟାର-୧ ପୁଂଜି ଆଧାରରେ ଉନ୍ନତି ଆଣିବା ଲାଗି ବ୍ୟବହାର କରାଯିବ । ତାହାର କିଛି ଅଂଶକୁ ଅଫର ବ୍ୟୟ ବହନ କରିବା ଲାଗି ମଧ୍ୟ ବ୍ୟବହାର କରାଯିବ ।
ଅଫର ଫର ସେଲ୍‌ରେ ଫେଡେରାଲ୍ ବ୍ୟାଙ୍କ ଲିମିଟେଡ୍ ୫,୪୭୪,୬୭୦ ଇକ୍ୱିଟି ସେୟାର ଏବଂ ଟ୍ରୁ ନର୍ଥ ଫଣ୍ଡ୍ ଚତୁର୍ଥ ଏଲ୍‌ଏଲ୍‌ପି ୨୯,୬୮୭,୦୫୩ ଇକ୍ୱିଟି ସେୟାର ବିକ୍ରି କରିବେ ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡର ନିୟମ ଅନୁସାରେ ଏହି ଅଫରର ୫୦ ପ୍ରତିଶତ ପର୍ଯ୍ୟନ୍ତ ଇକ୍ୱିଟି ସେୟାର ସମାନୁପାତିକ ଭିତିରେ ଯୋଗ୍ୟ ସଂସ୍ଥାଗତ ନିବେଶକ (କ୍ୟୁଆଇବି)ମାନଙ୍କ ଲାଗି ରହିବ । ବୁକ୍ ରନିଂ ଲିଡ୍ ମ୍ୟାନେଜରଙ୍କ ପରାମର୍ଶରେ କ୍ୟୁଆଇବି ଭାଗର ୬୦ ପ୍ରତିଶତ ଇକ୍ୱିଟି ସେୟାରକୁ ଆଙ୍କର ନିବେଶକମାନଙ୍କ ଲାଗି ଉପଲବ୍ଧ କରାଯାଇପାରିବ । ସେଥିରୁ ଅତିକମ୍‌ରେ ଏକ ତୃତୀୟାଂଶ ଇକ୍ୱିଟି ସେୟାରକୁ ସ୍ଥାନୀୟ ମ୍ୟୁଚୁଆଲ ଫଣ୍ଡ୍‌ମାନଙ୍କୁ ପ୍ରଦାନ କରାଯିବ । ଯଦି ସ୍ଥାନୀୟ ମ୍ୟୁଚୁଆଲ ଫଣ୍ଡ୍ ସବୁ ସେୟାର ନେବେ ନାହିଁ ତେବେ ଅବଶିଷ୍ଟ ସେୟାରକୁ କୁଆଇବିଙ୍କ ପାଇଁ ପୁଣି ଥରେ ସାମିଲ କରାଯାଇପାରିବ । ଅଫରର ୧୫ ପ୍ରତିଶତ ଇକ୍ୱିଟି ସେୟାର ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ରହିବ । ସେବି ନିୟମ ଅନୁସାରେ ନେଟ୍ ଅଫରର ୩୫% ପର୍ଯ୍ୟନ୍ତ ଇକ୍ୱିଟି ସେୟାରକୁ ଖୁଚୁରା ନିବେଶକମାନଙ୍କ ଲାଗି ଉପଲବ୍ଧ କରାଯିବ ।
କଂପାନିର ଇକ୍ୱିଟି ସେୟାରଗୁଡ଼ିକୁ ବିଏସଇ ଲିମିଟେଡ୍ ଓ ନ୍ୟାସନାଲ ଷ୍ଟକ ଏକ୍ସଚେଂଜ୍ ଇଣ୍ଡିଆ ଲିମିଟେଡ୍‌ରେ ତାଲିକାଭୁକ୍ତ କରିବା ଲାଗି ରେଡ୍ ହେରିଂ ପ୍ରୋସପେକ୍ଟସ୍‌ରେ ପ୍ରସ୍ତାବ ରହିଛି ।
ଏହି ଅଫରର ବୁକ୍ ରନିଂ ଲିଡ୍ ମ୍ୟାନେଜରମାନେ ଆଇସିଆଇସିଆଇ ସିକ୍ୟୁରିଟିଜ୍ ଲିମିଟେଡ୍‌, ବିଏନ୍‌ପି ପରିବାସ, ଇକ୍ୱିରସ୍ କ୍ୟାପିଟାଲ୍ ପ୍ରାଇଭେଟ୍ ଲିମିଟେଡ୍ ଓ ଜେଏମ୍ ଫାଇନାନ୍ସିଆଲ୍ ଲିମିଟେଡ୍ ।

Share

Leave a Reply

Your email address will not be published. Required fields are marked *

2 × 5 =