ପଢ଼ନ୍ତୁ ଦେଶରେ ଆଜି କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୮ଶହରୁ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୫,୯୫୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୮୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୩,୬୨,୮୪୮ ଓ ମୃତ୍ୟୁସଂଖ୍ୟା ୩,୯୮,୪୫୪ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୦,୭୨୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୪,୨୭,୩୩୦ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୩୭,୦୬୪।

Share

Leave a Reply

Your email address will not be published. Required fields are marked *

18 − nine =