ଦ୍ରୌପଦୀ ମୁର୍ମୁ ହେଲେ ଭାରତର ନୂଆ ରାଷ୍ଟ୍ରପତି

ଆଜି ସମଗ୍ର ଭାରତବର୍ଷର ନଜର ରହିଥିଲା ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଉପରେ । ତେବେ ଏହା ମଧ୍ୟରେ ତୃତୀୟ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ଫଳାଫଳ ସାମ୍ନାକୁ ଆସିଯାଇଛି । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ତାଙ୍କର ପ୍ରତିଦ୍ୱନ୍ଦ୍ୱୀ ବିପକ୍ଷ ମହାମେଣ୍ଟର ଯଶୱନ୍ତ ସିହ୍ନାକୁ ପରାସ୍ତ କରିଛନ୍ତି । ଦ୍ରୌପଦୀ ୫୦ ପ୍ରତିଶତରୁ ଅଧିକ ଭୋଟ ପାଇଛନ୍ତି । ରାଷ୍ଟ୍ରପତି ନିର୍ବାଚନ ଜିତିଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ୩ୟ ପର୍ଯ୍ୟାୟ ଭୋଟ ଗଣତି ପରେ ଦ୍ରୌପଦୀଙ୍କ ଭୋଟ ମୂଲ୍ୟ ୫, ୭୭, ୭୭୭ । ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ବହୁ ପଛରେ ପକାଇ ଇତିହାସ ରଚିଛନ୍ତି ଦ୍ରୌପଦୀ । ପ୍ରଥମ ଆଦିବାସୀ ମହିଳା ଭାବେ ସେ ଦେଶର ପ୍ରଥମ ନାଗରିକ ହୋଇଛନ୍ତି । ପ୍ରଥମ ଓଡିଆ ଝିଅ ଭାବେ ସେ ରାଇସିନା ହିଲକୁ ନିର୍ବାଚିତ ହୋଇଛନ୍ତି । ଆସନ୍ତା ୨୫ ତାରିଖରେ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ସେ ଶପଥ ନେବେ । ଦ୍ରୌପଦୀଙ୍କ ଜନ୍ମମାଟି ମୟୁରଭଞ୍ଜର ରାଇରଙ୍ଗପୁରରେ ଜନ ସମୁଦ୍ର ଦେଖା ଦେଇଛି । ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ତାଙ୍କ ଗାଁ ମାଟିରେ ପହଞ୍ଚିଛନ୍ତି ।

ଗାଁ ମାଟିରେ ପାରମ୍ପରିକ ନୃତ୍ୟ, ଗୀତ ଓ ବାଜା ବାଣରେ ସାରା ଅଞ୍ଚଳ ଉତ୍ସବମୁଖର ଦେଖିବାକୁ ମିଳିଛି । ପ୍ରଥମ ଓଡିଆ ମହିଳା ଏବଂ ଦ୍ୱିତୀୟ ଓଡିଆ ଭାବେ ସେ ରାଷ୍ଟ୍ରପତି ହୋଇଛନ୍ତି । ତାଙ୍କ ପୂର୍ବରୁ ଭିଭି ଗିରି ପ୍ରଥମେ ରାଷ୍ଟ୍ରପତି ହୋଇଥିଲେ । ଏନଡିଏ ପ୍ରାର୍ଥୀ ମୁର୍ମୁଙ୍କ ବିଜୟ ପରେ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଅନ୍ୟ ବରିଷ୍ଠ ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୃହତ ବିଜୟ ପରେ ଶୁଭେଚ୍ଛା ଜଣାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁର୍ମୁଙ୍କ ଘର ଅଭିମୁଖେ ବାହାରିଛନ୍ତି । ସାମାନ୍ୟ ଏକ ୱାର୍ଡ ସଭ୍ୟାରୁ ଆଜି ସେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଦେଶର ସର୍ବୋଚ୍ଚ ପଦରେ ଅଧିଷ୍ଠିତ ହେବେ ମୁର୍ମୁ । ତାଙ୍କ ପାଇଁ ଆଜି ସାରା ଓଡିଶା, ମହିଳା ସମାଜ ଏବଂ ଆଦିବାସୀ ଗର୍ବିତ ହୋଇଛନ୍ତି । ଏକ ସାଧାରଣ ପରିବାରରୁ ଦେଶର ସର୍ବୋଚ୍ଚ ପଦ ପର୍ଯ୍ୟନ୍ତ ଯାତ୍ରା ସହଜ ନଥିଲା । ଅନେକ ଘାତ ପ୍ରତିଘାତ ଓ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ମୁର୍ମୁ । ତାଙ୍କ ଜୀବନରେ ଏପରି ଏକ ସମୟ ଆସିଥିଲା ଯେତବେଳେ ସେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଥିଲେ । ସ୍ୱାମୀ ଓ ଦୁଇ ପୁଅ ଏବଂ ଝିଅକୁ ହରାଇଥିଲେ ମୁର୍ମୁ 

Share

Leave a Reply

Your email address will not be published. Required fields are marked *

three × 2 =