ରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ପତ୍ରରେ ରହିବେ ବିଜେଡିର ୨ ମନ୍ତ୍ରୀ

ରାଷ୍ଟ୍ରପତି ନିର୍ବାଚନକୁ ନେଇ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା ହୋଇଛି । ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବେ । ଟୁଇଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି ବିଜେପି ସଭାପତି ଜେ.ପି ନଡ୍ଡା ନାମାଙ୍କନ ପତ୍ରରେ ପ୍ରସ୍ତାବକ ରହିବେ ବିଜେଡିର ୨ ମନ୍ତ୍ରୀ । ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ନାମାଙ୍କନ ପତ୍ରରେ ଦସ୍ତଖତ କରିବେ ।

ସୂଚନା ଥାଉକି, ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି ।

କିନ୍ତୁ ରାଷ୍ଟ୍ରପତି ନିର୍ବାଚନରେ ତାଙ୍କର ସହଯୋଗ ରହିବ ବୋଲି ପୂର୍ବରୁ ସ୍ପଷ୍ଟ କରିଥିଲେ । ସେଥିପାଇଁ ଗତକାଲି ତାଙ୍କ ତରଫରୁ ଦୁଇ ପ୍ରସ୍ତାବକ ଉପସ୍ଥିତ ରହିବେ । ଉଭୟଙ୍କ ଦସ୍ତଖତ ପତ୍ରରେ ରହିବ ।

Share

Leave a Reply

Your email address will not be published. Required fields are marked *

two × four =