ଚନ୍ଦ୍ରକୁ ଉଡିଲା ଚନ୍ଦ୍ରଯାନ-୩ ,ସଫଳ ଉତକ୍ଷେପଣ

ମହାକାଶ ବିଜ୍ଞାନ କ୍ଷେତ୍ରରେ ଯୋଡ଼ିହେଲା ଏକ ନୂଆ ଅଧ୍ୟାୟ। ଶ୍ରୀହରିକୋଟାରୁ ଉତକ୍ଷେପଣ ହେଲା ଚନ୍ଦ୍ରଯାନ-୩ । ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯାଇଛି । କୋଟି କୋଟି ଭାରତୀୟଙ୍କ ନଜର ଏହା ଉପରେ ରହିଛି ।  ୨୦୧୯ ସେପ୍ଟେ୍ମ୍ବର ମାସରେ ଚନ୍ଦ୍ରଯାନ-୨ ପ୍ରେରଣ କରାଯାଇଥିଲା । ସବୁକିଛି ଠିକ୍ ଚାଲିଥିବା ବେଳେ ଚନ୍ଦ୍ରପୃଷ୍ଠକୁ ଛୁଇଁବାକୁ ମାତ୍ର ୪୦୦ ମିଟର ଥିବା ବେଳେ ଲ୍ୟାଣ୍ଡର ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା । ବେଗ ନିୟନ୍ତ୍ରଣ ହୋଇ ପାରିନଥିଲା । ଗତିପଥରେ ପରିବର୍ତନ ଓ ଦ୍ରୁତ ଗତି ଯୋଗୁଁ କ୍ରାସ ଲ୍ୟାଣ୍ଡିଂ କରିଥିଲା ଲ୍ୟାଣ୍ଡର । ଏହା ସହ ଭାରତର ଚନ୍ଦ୍ର ବିଜୟ ସ୍ୱପ୍ନ ମଧ୍ୟ ଚୁରମାର ହୋଇ ଯାଇଥିଲା । କିନ୍ତୁ ଭାରତ ପଛକୁ ନହଟି ଆରମ୍ଭ କରିଥିଲା ମିସନ ଚନ୍ଦ୍ରଯାନ-୩ । ଆଉ ଯଦି ଏଥର ଯଦି ଚନ୍ଦ୍ର ଅଭିଯାନ ସଫଳ ହେବ, ତାହେଲେ ଇତିହାସ ରଚିବ ଭାରତ ।

ଏଲଭିଏମ୍-୩ ଉପରେ ଏବେ ରହିଛି ସମସ୍ତଙ୍କ ନଜର । ୪୩ ଦଶମିକ ୫ ମିଟର ଏଲଭିଏମ୍-୩ ଲଞ୍ଚ ରକେଟ୍ ଚନ୍ଦ୍ରଯାନକୁ ପ୍ରଥମେ ଏକ ଅର୍ଦ୍ଧାବୃତାକାର ପୃଥିବୀ କକ୍ଷପଥକୁ ପଠାଇବ । ଏହା ପରେ ଚନ୍ଦ୍ରଯାନ ତାର ଗତିପଥରେ ଅଗ୍ରସର ହୋଇ ଅଗଷ୍ଟ ୨୩ ତାରିଖରେ ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ନିର୍ଦ୍ଧାରିତ ସ୍ଥାନରେ ଅବତରଣ କରିବା ଆଶା କରାଯାଉଛି ।ଚନ୍ଦ୍ରର ଅପହଞ୍ଚ ଅଞ୍ଚଳରେ ପହଞ୍ଚି ଇତିହାସ ରଚିବା ଲକ୍ଷ୍ୟରେ ରହିଛି ଭାରତ। ଚନ୍ଦ୍ରଯାନ-୩ର ସଫଳତା ନେଇ ଇସ୍ରୋର ବୈଜ୍ଞାନିକମାନେ ଏକ ପ୍ରକାର ନିଶ୍ଚିତ ଅଛନ୍ତି।

Share

Leave a Reply

Your email address will not be published. Required fields are marked *

twelve − 6 =