ରାହୁଲଙ୍କୁ ଦଣ୍ଡାଦେଶ ମାମଲା; ଆସନ୍ତା ୨୧ରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ

ମାନହାନି ମାମଲାରେ ରାହୁଲଙ୍କୁ ଦଣ୍ଡାଦେଶ ମାମଲା । ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ । ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ ।

ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି କୋର୍ଟ। ମୋଦି ସରନେମ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା ।

Share

Leave a Reply

Your email address will not be published. Required fields are marked *

three + thirteen =