ନଜର ପକାନ୍ତୁ ଦେଶର କରୋନା ଅପଡେଟ୍

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ ଶହରୁ କମ୍‌ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୯୮୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୫୩,୫୭୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୬୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୧,୯୮୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୮୬୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୩,୯୯,୯୬୧।

Share

Leave a Reply

Your email address will not be published. Required fields are marked *

4 × four =