ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୨୪,୩୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କେବଳ କେରଳରୁ ୧୩,୮୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୫ ମୃତ୍ୟୁବରଣ କରିଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୯୧,୦୬୧କୁ ବୃଦ୍ଧି ପାଇଛି। ଦିନକରେ ଆଉ ୨୫,୪୫୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୩୦,୬୮,୫୯୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୭.୮୬%। ଚିକିତ୍ସାଧୀନ ଅବସ୍ଥାରେ ୨୩୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୪୮,୫୭୩ରେ ପହଞ୍ଚିଛି। ମୃତ୍ୟୁହାର ୧.୩୩%। ୨,୭୩,୮୮୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୮୧%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Share

Leave a Reply

Your email address will not be published. Required fields are marked *

nineteen − seventeen =