ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ କାଶ୍ମୀର ପୁଲଓ୍ବାମାରେ ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ । ପୁଲୱାମା ସହରରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷା ବାହିନୀଙ୍କୁ ସୂଚନା ମିଳିଥିଲା । ଏହା ପରେ ଆଜି ଭୋରରୁ ସେନା ପକ୍ଷରୁ ଆରମ୍ଭ ହୋଇଥିଲା ଅପରେସନ୍ । ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହେବା ପରେ ଆରମ୍ଭ ହୋଇଥିଲା ଗୁଳି ବିନିମୟ । ଏହି ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଏବା କମାଣ୍ଡର ଐଜାଜ ଅବୁ ହୁରାଇରା ସହ ଆଉ ୨ ଆତଙ୍କବାଦୀ ନିହତ ହୋଇଥିବା ଭାରତୀୟ ସେନା ପକ୍ଷରୁ ସୂଚନା ମିଳିଛି । ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରି ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି । ଏନକାଉଣ୍ଟର ସ୍ଥାନରେ ବହୁ ସଂଖ୍ୟକ ସୁରକ୍ଷା କର୍ମୀ ଏବଂ ପୋଲିସ ମୁତୟନ ହୋଇଛନ୍ତି । ନିହତ ଆତଙ୍କବାଦୀମାନେ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଏବା ସଂଗଠନର ବୋଲି ଜଣାପଡିଛି ।

Share

Leave a Reply

Your email address will not be published. Required fields are marked *

two × two =