ଆଜି ଦେଶରେ ୪୪ ହଜାର ୨୩୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୨୩୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୫୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩୧,୫୭୨,୩୪୪ ଓ ମୃତ୍ୟୁସଂଖ୍ୟା ୪,୨୩,୨୧୭ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୨,୬୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୭,୪୩,୯୭୨ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

one × one =