ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଗିରଫ

ମୁମ୍ବାଇ() ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଗିରଫ । ୨୦୧୮ର ଏକ ମାମଲାରେ ଅର୍ଣ୍ଣବଙ୍କ ବାସଭବନ ଭିତରକୁ ପୁଲିସ୍‌ ଜୋର ଜବରଦସ୍ତ ପଶି ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। ଅର୍ଣ୍ଣବଙ୍କୁ ଉଠାଇ ନେଇଥିବାବେଳେ ମୁମ୍ବାଇ ପୋଲିସ‌ ପାଖରେ କୌଣସି ସମନ୍ କିମ୍ବା କୋର୍ଟ ଦସ୍ତାବିଜ ନ ଥିବା ସୂଚନା ମିଳିଛି। ଏପରିକି ଅର୍ଣ୍ଣବଙ୍କୁ ଔଷଧ ଖାଇବାକୁ ମଧ୍ୟ ଦିଆଯାଇ ନ ଥିବା ଅଭିଯୋଗ ହୋଇଛି।

ତେବେ ଜଣେ ୫୩ ବର୍ଷୀୟ ଇଣ୍ଟେରିଅର୍‌ ଡିଜାଇନରଙ୍କୁ ଆତ୍ମହତ୍ୟା ପାଇଁ ଉସ‌କାଇବା ମାମଲାରେ ପୋଲିସ‌ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଗିରଫ କରିଛି । ଅନ୍ୟପଟେ ମୁମ୍ବାଇ ପୋଲିସ ମାଡ ମାରିଥିବା ଅଭିଯୋଗ ଆଣିଛନ୍ତି ଅର୍ଣ୍ଣବ । ଶାଶୂ, ଶଶୁର, ପତ୍ନୀ ଓ ପୁଅକୁ ମାଡ ମରାଯାଇଥିବା ଅଭିଯୋଗ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

11 − 4 =