ମହାନ ଜନନାୟକ ଅଟଳ ବିହାରୀ ବାଜପେୟୀଙ୍କ ପରଲୋକ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ସ୍ବଗର୍ବାସୀ  ା ୯୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଆଜି ଅପରାହ୍ନ ୫ଟା ୫ ମିନିଟ୍‌ ସମୟରେ ଦିଲ୍ଲୀ ଏମ୍‌ସରେ ତାଙ୍କର ପରଲୋକ ଘଟିଛି।୯ ସପ୍ତାହ ଧରି ହସ୍ପିଟାଲରେ ଭର୍ତ୍ତି ଥିବା ବାଜପେୟୀଙ୍କୁ ଗତ ୩ଦିନ ଧରି ଭେଣ୍ଟିଲେଟରରେ ରଖାଯାଇଥିଲା। ବୁଧବାର ସକାଳୁ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଦ୍ରୁତ ଅବନତି ଦେଖା ଦେଇଥିଲା। ଏହି ମହାନ୍‌ ଜନନାୟକଙ୍କ ମୃତ୍ୟୁରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ରାଜନେତା ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାଜପେୟୀଙ୍କ ଶେଷ ଦର୍ଶନ କରିଛନ୍ତି।ଆଜି ସକାଳେ ଏମସର ବୁଲେଟିନରେ ବାଜପେୟୀଙ୍କ ଅବସ୍ଥାରେ କୌଣସି ଉନ୍ନତି ପରିଲକ୍ଷିତ ହୋଇ ନଥିବା କୁହାଯାଇଥିଲା। ଗୃହମନ୍ତ୍ରୀ ରାଜନାଥ, ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ତୈଳମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଏଲକେ ଆଡଭାନୀଙ୍କ ସମେତ ବହୁ ବରିଷ୍ଠ ବିଜେପି ନେତା ଆଜି ସକାଳୁ ଏମସରେ ପହଞ୍ଚି ବାଜପେୟୀଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିଥିଲେ।

Share

Leave a Reply

Your email address will not be published. Required fields are marked *

15 + 19 =