ଆଜି କେଉଁ ରାଶି ପାଇଁ କେମିତି ରହିବ ଦିନ, ଜାଣନ୍ତୁ

ମେଷ : ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ବର୍ଷିବ। ସାମାଜିକ ରୂପରେ ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବାର ସମ୍ଭାବନା ଅଛି। ବ୍ୟାପାରରେ ଲାଭ ହେବ। ବିବାହ ଉତ୍ସୁକ ଜାତକର ବିବାହର ଆୟୋଜନ ସଫଳତା ପୂର୍ବକ ହେବ। ମଧ୍ୟାହ୍ନ ପରେ ସ୍ଵାସ୍ଥ୍ୟ ବିଗିଡ଼ି ପାରେ, ଏହାର ଧ୍ୟାନ ରଖିବେ। ପୁଞ୍ଜି ନିବେଶ କରିବା ପୂର୍ବରୁ ଥରେ ଭଲଭାବରେ ଭାବି ନିଅନ୍ତୁ। ପରିଜନମାନଙ୍କର ସହିତ ବିରୋଧ ହୋଇପାରେ, ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ।

ବୃଷ : ଆଜିର ଦିନ ଶୁଭଫଳଦାୟୀ ଅଟେ। ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ ତଥା ଆପଣଙ୍କ କାର୍ଯ୍ୟର ଉଚିତ ପ୍ରଶଂସା ମଧ୍ୟ ହେବ। ସାମାଜିକ ରୂପରେ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। କାର୍ଯ୍ୟ ମଧ୍ୟ ସରଳତାପୂର୍ବକ ସଂପନ୍ନ ହେବ ଏବଂ ଏହି କାର୍ଯ୍ୟଗୁଡ଼ିକରେ ଲାଭ ମଧ୍ୟ ହେବ। ଦାମ୍ପତ୍ୟଜୀବନରେ ଆମୋଦ-ପ୍ରମୋଦ ରହିବ। ନୂଆ କାର୍ଯ୍ୟ ଗୁଡ଼ିକର ଆୟୋଜନ କରିବା ପାଇଁ ସମୟ ଭଲ ଅଟେ। ସାମାଜିକ ଏବଂ ଆର୍ଥିକ ଦୃଷ୍ଟିରୁ ଲାଭ ମିଳିବାର ଯୋଗ ଅଛି।

ମିଥୁନ : ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ଆମୋଦ-ପ୍ରମୋଦ ସମ୍ବନ୍ଧିତ ବସ୍ତୁକୁ କିଣିବା ଯୋଗୁଁ କ୍ରେତାଙ୍କର ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି। ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ଥିତିରେ ଅନୁକୂଳ ପରିବର୍ତ୍ତନ ଆସିବ। ଆପଣଙ୍କ କାର୍ଯ୍ୟରେ ବରିଷ୍ଠ ଅଧିକାରୀ ମଧ୍ୟ ସଂତୁଷ୍ଟ ରହିବେ। ଧନ ପ୍ରାପ୍ତିର ଆଜି ଭଲ ଯୋଗ ଅଛି।

କର୍କଟ: ଅନୈତିକ କାର୍ଯ୍ୟ ଏବଂ ନକାରାତ୍ମକ ବିଚାରୁ ଦୂରରେ ରୁହନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ହୋଇପାରେ, ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ। ବରିଷ୍ଠ ଅଧିକାରୀମାନଙ୍କର ଆପଣଙ୍କ ସହିତ କରାଯାଇଥିବା ବ୍ୟବହାରରେ ଆପଣଙ୍କୁ ଦୁଃଖ ପହଁଚି ପାରେ, ଶେଷରେ ସବୁ ଠିକ ହୋଇଯିବ। ତଥାପି ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ବାଦ-ବିବାଦରେ ନ ପଡ଼ିବାପାଇଁ ଉପଦେଶ।

ସିଂହ: ସ୍ଵାସ୍ଥ୍ୟ ଦୃଷ୍ଟିରୁ ଆଜି ଆପଣ ଆନନ୍ଦିତ ରହିବେ। ମିତ୍ର ତଥା ସମ୍ବନ୍ଧିମାନଙ୍କ ସହିତ ବୁଲିବାକୁ ଯିବାକୁ ଯୋଜନା ବନାଇବେ ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀଙ୍କ ସହିତ ଚର୍ଚ୍ଚା ସକାରାତ୍ମକ ହେବ। ମଧ୍ୟାହ୍ନ ପରେ ଆପଣ ମାନସିକ ରୂପରେ ଆଳସ୍ୟ ଅନୁଭବ କରିବେ। ପାରିବାରିକ ବାଦ-ବିବାଦରୁ ବଞ୍ଚିବା ପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା : ଆପଣଙ୍କ ସ୍ଵଭାବରେ ଆଜି କିଛି ଅଧିକ ସମ୍ବେଦନଶୀଳତା ରହିବ। କାର୍ଯ୍ୟ ସଫଳତାରେ ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତିରେ ମଧ୍ୟ ବୃଦ୍ଧି ହେବ। ମା’ ଘର ପଟରୁ ଭଲ ସମାଚାର ପ୍ରାପ୍ତ ହେବ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ପ୍ରସନ୍ନତା ଅନୁଭବ କରିବେ। ପାରିବାରିକ ସୁଖ-ଶାନ୍ତି ରହିବ। ଯାତ୍ରା ଏବଂ ପର୍ଯ୍ୟଟନର ସମ୍ଭାବନା ଅଧିକ ଅଛି।

ତୁଳା: ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବାରୁ ମାନସିକ ରୂପରେ ଆପଣ ପ୍ରସନ୍ନ ରହିବେ। ଆଜି ଯଶ ଏବଂ କୀର୍ତ୍ତି ମଧ୍ୟ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ଆଜି ସହକର୍ମିମାନଙ୍କର ଭଲ ସହଯୋଗ ପ୍ରାପ୍ତ କରିବେ। ପରିବାରର ବାତାବରଣ ଆନନ୍ଦପୂର୍ଣ୍ଣ ରହିବ।

ବିଚ୍ଛା : ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନ ଅନୁକୂଳ ଅଟେ। ସ୍ଵଭାବର ଦୂରପଣ ଛାଡ଼ିକରି ଆଗକୁ ବଢ଼ିବେ ତେବେ ଅନେକ ସମସ୍ୟାର ନିରାକରଣ ହେବାପରି ଦେଖାଯିବ। ନୂଆ ବସ୍ତ୍ରାଭୂଷଣ ତଥା ପ୍ରସାଧନ ପଛରେ ଧନ ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି। ଆର୍ଥିକ ଯୋଜନା ସରଳ ହେବ। ମଧ୍ୟାହ୍ନ ପରେ ବୈଚାରିକ ସ୍ଥିରତା ରହିବ ନାହିଁ।

ଧନୁ: ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଛୋଟ ଯାତ୍ରାର ଯୋଗ ଅଛି। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ ବିତିବ। ମଧ୍ୟାହ୍ନ ପରେ ଆପଣ ଶାରୀରିକ ଏବଂ ମାନସିକ ରୂପରେ ବ୍ୟଗ୍ରତା ଅନୁଭବ କରିବେ। ସୌନ୍ଧର୍ଯ୍ୟ-ପ୍ରସାଧନ, ଘରର ସାଜସଜ୍ଜା ଏବଂ ମନୋରଞ୍ଜନର ସାଧନ କ୍ରୟ କରିବେ।

ମକର : ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ, ତାହାହିଁ ଆପଣଙ୍କ ପାଇଁ ହିତକର ହେବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ନହେଉ ସେଥିପାଇଁ ବାଣୀକୁ ନିୟନ୍ତ୍ରିତ ରଖିବେ। ମଧ୍ୟାହ୍ନ ପରେ ପ୍ରସନ୍ନତା ଅନୁଭବ କରିବେ। ଶାରୀରିକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ବୃଦ୍ଧିର ଯୋଗ ଅଛି। ପ୍ରିୟଜନମାନଙ୍କ ସହିତ ମେଳ-ମିଳାପ ମନକୁ ଆନନ୍ଦିତ କରିବ।

କୁମ୍ଭ : ଆଜି ସାଂସାରିକ ବିଷୟଗୁଡ଼ିକ ଛାଡ଼ି ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ବେଶୀ ଢଳିବେ। କୌଣସି ନକାରାତ୍ମକ ଭାବନାକୁ ମହତ୍ଵ ନ ଦେଇକରି ମାନସିକ ରୂପରେ ସୁସ୍ଥ ରହିବାକୁ ଚେଷ୍ଟା କରନ୍ତୁ। ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ। ମଧ୍ୟାହ୍ନ ପରେ ଆପଣ ଧାର୍ମିକ କାର୍ଯ୍ୟଗୁଡ଼ିକ ପ୍ରତି ଆକର୍ଷିତ ହେବେ। ଗୃହସ୍ଥ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ଧନ ଲାଭ ହେବାର ସମ୍ଭାବନା ମଧ୍ୟ ଅଛି।

ମୀନ : ଧନର ଦେବା-ନେବା, ଅସୁଲି କିମ୍ବା ନିବେଶ କରବା ସମୟରେ ସାବଧାନ ରୁହନ୍ତୁ। କୋର୍ଟ-କଚେରୀର କଥାଗୁଡ଼ିକରେ ସମ୍ଭାଳିକରି ଚାଲିବେ। ବାଣୀ ଏବଂ କ୍ମୀନ : ଧନର ଦେବା-ନେବା, ଅସୁଲି କିମ୍ବା ନିବେଶ କରବା ସମୟରେ ସାବଧାନ ରୁହନ୍ତୁ। କୋର୍ଟ-କଚେରୀର କଥାଗୁଡ଼ିକରେ ସମ୍ଭାଳିକରି ଚାଲିବେ। ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ ସୁଧାର ହେବ। ବିଶେଷକରି ଧାର୍ମିକ ଏବଂ ଆଧ୍ୟାତ୍ମିକ ପ୍ରବୃତ୍ତିଗୁଡ଼ିକ ପ୍ରତି ଆପଣଙ୍କ ମନ ଲାଗି ରହିବ। ମିତ୍ରମାନଙ୍କ ତରଫରୁ ଉପହାର ପ୍ରାପ୍ତି ହେବ। ପାରିବାରିକ ବାତାବରଣରେ ଆନନ୍ଦ ଭରି ରହିବ

Share

Leave a Reply

Your email address will not be published. Required fields are marked *

4 + seven =