୧୧ଟା ସୁଦ୍ଧା ୨୫.୭ ପ୍ରତିଶତ ଭୋଟିଂ

ବରଗଡ() ବିଜେପୁରରେ ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ ପ୍ରକ୍ରିୟା । ଅପରାହ୍ନ ୫ଟା ଯାଏଁ ଚାଲିବ ମତଦାନ । ସକାଳ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଥିବା ବେଳେ ସକାଳ ୧୦ଟା ୩୦ ସୁଦ୍ଧା ୨୦ ପ୍ରତିଶତ ମତଦାନ ହୋଇଥିଲା । ସେହିଭଳି ଦିନ ୧୧ଟା ସୁଦ୍ଧା ୨୫.୭ ପ୍ରତିଶତ ଭୋଟିଂ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ବିଜେଡିର ରୀତା ସାହୁ, ବିଜେପିର ସତନ ଗଡ଼ତିଆ କଂଗ୍ରେସର ଦିଲ୍ଲୀପ ପଣ୍ଡାଙ୍କ ମଧ୍ୟରୁ କାହାକୁ ଭରସା କରିବେ ଲୋକେ । ଏହି ଆସନ ବିଜେଡି ପାଇଁ ସମ୍ମାନର ପ୍ରଶ୍ନ ହୋଇଥିବା ବେଳେ ଏହାକୁ କବଜା କରିବା ପାଇଁ ଲାଗିପଡିଛନ୍ତି ବିଜେପି ଓ କଂଗ୍ରେସ । ଆଜି ୨ଲକ୍ଷରୁ ଅଧିକ ଭୋଟର ନିର୍ଦ୍ଧାରଣ କରିବେ ପ୍ରାର୍ଥୀଙ୍କ ଭାଗ୍ୟ ।

Share

Leave a Reply

Your email address will not be published. Required fields are marked *

8 + seven =