ବିଜେପୁର ଲଢ଼େଇ ପାଇଁ ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର () ବିଜେପୁର ଉପ ନିର୍ବାଚନ ପାଇଁ ବିଜେଡି ୪୦ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଛି । ବିଜେପୁର ଉପ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡିର ୪୦ ଜଣ ଷ୍ଟାର କ୍ୟାମ୍ପେନର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁରରେ ପ୍ରଚାର କରିବେ । ଆସନ୍ତା ୧୭ ଏବଂ ୧୮ତାରିଖରେ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନଙ୍କ ସହିତ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରଫୁଲ୍ଲ ମଲ୍ଲିକ, ପଦ୍ମନାଭ ବେହେରା, ଦେବୀ ମିଶ୍ର, ନବଦାସ , ବିକ୍ରମ ଆରୁଖ, ନିରଂଜନ ପୂଜାରୀ ପ୍ରମୁଖ ରହିଛନ୍ତି ।

 

Share

Leave a Reply

Your email address will not be published. Required fields are marked *

four × one =