ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ୱର () ଗଭୀର ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ପ୍ରଭାବ ଓଡିଶା ଉପରେ ପଡିବାର ସଂଭାବନା କମ୍ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଂଜୟ ମହାପାତ୍ର । ପାରାଦୀପ ଠାରୁ ଏହା ଏବେ ୮୧୦ କିଲୋମିଟର ଦୂରରେ ରହିଛି । ତେବେ ଆଗକୁ ଏହି ଗଭୀର ଅବପାତ ବାତ୍ୟାର ରୁପ ନେଇପାରେ । ଏହା ବାତ୍ୟା ରୂପ ନେଲେ ପଶ୍ଚିମବଂଗ ଓ ବାଂଲାଦେଶ ମୁହାଁ ହେବ । ତେଣୁ ଓଡିଶାରେ ବିଶେଷ ପ୍ରଭାବ ପଡିନପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।

ଆସନ୍ତା ୮ ତାରିଖ ଯାଏଁ ପାଗ ଶୁଖିଲା ରହିବ କିନ୍ତୁ ୯ ତାରିଖରୁ ୨ ଦିନ ବର୍ଷା ହେବ । ଏହାର ପ୍ରଭାବରେ ଉତର ଓଡିଶା ଉପକୂଳ ଜିଲ୍ଲା ଗୁଡିକରେ ଆସନ୍ତା ୯ ତାରିଖରୁ ବର୍ଷା ହେବ । ଏହି ସମୟରେ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

two × three =