ସୁସ୍ଥ ହେଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍

ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କୁ ଲଣ୍ଡନ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ସପ୍ତାହେ ହେଲାଣି ସେ ଲଣ୍ଡନର ସେଣ୍ଟ ଥୋମାସ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହେବାର ୧୦ଦିନ ପରେ ତାଙ୍କ ଅବସ୍ଥା ବିଗିଡ଼ିବାରୁ ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ଏପ୍ରିଲ ୬ରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ବେଳେ ଏପ୍ରିଲ ୯ରେ ତାଙ୍କୁ ଆଇସିୟୁରୁ ବାହାର କରାଯାଇଥିଲା । ତେବେ ସେ ଧୀରେ ଧୀରେ ସୁସ୍ଥ ହେଉଥିବାରୁ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଏବେ ସେ ଘରେ ରହି ବିଶ୍ରାମ କରିବା ସହ କୌଣସି କାମ କରିବେ ନାହିଁ ବୋଲି ଜଣା ପଡିଛି ।

ସୂଚନା ଅନୁସାରେ, ମାର୍ଚ୍ଚ ୨୭ରେ ବ୍ରିଟିଶ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ କରୋନା ଭାଇରସର ଦ୍ୱାରା ଆକ୍ରାନ୍ତ ହୋଇଥିବା କହିଥିଲେ । ଏ ନେଇ ସେ ନିଜେ ନିଜ ଟୁଇଟ ଆକାଉଣ୍ଟ ଜରିଆରେ ସୂଚନା ଦେଇଥିଲେ।

Share

Leave a Reply

Your email address will not be published. Required fields are marked *

1 × one =