ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର()  କରୋନା ମହାମାରୀ ଭିତରେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି । cbseresults.nic.in ରେ ପରୀକ୍ଷା ଫଳ ଉପଲବ୍ଧ । ଏନେଇ ସୂଚନା ଦେଇଛନ୍ତି ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ।

ପ୍ରକାଶଯେ, ଚଳିତ ବର୍ଷ କୋଭିଡ-୧୯ ମହାମାରୀ ଭିତରେ ସିବିଏସଇର କିଛି ପରୀକ୍ଷା ହୋଇଥିବାବେଳେ କିଛି ସ୍ଥଗିତ ହୋଇଥିଲା । ପରବର୍ତ୍ତୀ ସମୟରେ ଜୁଲାଇ୧ରୁ ୧୫ ଭିତରେ ପରୀକ୍ଷା ହେବାକୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପିଲାଙ୍କ ପରୀକ୍ଷା ହୋଇଥିବା ବିଷୟରୁ ସର୍ବାଧିକ ମାର୍କକୁ ଲକ୍ଷ୍ୟ କରି ସେମାନଙ୍କ ଅନ୍ୟ ବିଷୟଗୁଡ଼ିକର ମାର୍କ ଦିଆଯିବାକୁ ସ୍ଥିର ହୋଇଥିଲା । ସେହି ହିସାବରେ ସେମାନଙ୍କୁ ମାର୍କ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

three + eight =