ଆରବ ସାଗରରେ ଆସୁଛି ମହାବାତ୍ୟା

ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପଡିପ୍ରେସନର ରୂପ ନେଇଛି ଓ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ରାଜ୍ୟ ଉପରେ ପଡିବାର ସମ୍ଭାବନା ରହିଛି । ତାହାକୁ ଦୃଷ୍ଟିରେ ରଖି ଆଜି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଓଡିଶା ସମେତ ତାମିଲନାଡୁ, କେରଳ, କର୍ଣ୍ଣାଟକ, ଗୋଆ, ମହାରାଷ୍ଟ୍ର,ଗୁଜୁରାଟ, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜ, ଲାକ୍ଷାଦ୍ୱୀପ, ଡାମନ ଓ ଡିଉ ଏବଂ ଦାଦ୍ରା ନଗରହାବେଳିର ସରକାରଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆରବ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଘଂଟାପ୍ରତି ୧୪ କିମି ବେଗରେ ପଶ୍ଚିମ ଆଡକୁ ଗତି କରୁଛି । ଏବେ ଏହା ଲାକ୍ଷା ଦ୍ୱୀପଠାରୁ ୯୮୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତାକାଲି ମହାବାତ୍ୟାର ରୂପ ନେଇପାରେ । ଏହାର ପ୍ରଭାବରେ ଉତ୍ତର ଆଣ୍ଡାମାନ ସମୁଦ୍ର, ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ବେଳେବେଳେ ୬୦ କିମି ଛୁଇଁବାର ଆଶଙ୍କା ରହିଛି। ଅକ୍ଟୋବର ୮ରୁ ୧୦ ମଧ୍ୟରେ କେନ୍ଦ୍ରୀୟ ଓ ଏହା ସଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ୬୫ କିମି ବେଗରେ ପବନ ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ୧୦ ତାରିଖଠାରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଲଘୁଚାପ ଯୋଗୁଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ତାହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ପର‌୍ୟ୍ୟନ୍ତ ମତ୍ସ୍ୟଜୀବୀମାନେ ଦକ୍ଷିଣ ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

2 + 16 =