ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ ଅଧିକ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୨,୯୮୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୩୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୮,୧୨,୧୧୪ ଓ ମୃତ୍ୟୁସଂଖ୍ୟା ୪,୨୬,୨୯୦ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୧,୭୨୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୯,୭୪,୭୪୮ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

5 × 1 =