ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦,୭୯୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୧୮୦ ଜଣ କରୋନା ରୋଗୀଙ୍କର ପ୍ରାଣହାନି ଘଟିଛି । ଦିନକ ମଧ୍ୟରେ କରୋନାରୁ ୨୬,୭୧୮ ଜଣ ସୁସ୍ଥ ହୋଇଛନ୍ତି । ଦୈନିକ ସଂକ୍ରମଣ ହାର ୨.୧୦% ଏବଂ ସାପ୍ତାହିକ ସଂକ୍ରମଣ ହାର ୧.୬୩% ରହିଛି । ଏଥିସହିତ କରୋନାରୁ ଆରୋଗ୍ୟ ହାର ୯୭.୮୯% ରହିଛି । ଦେଶରେ ଏପର୍ୟ୍ୟନ୍ତ ମୋଟ ୩,୩୧,୨୧,୨୪୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ରବିବାର ସଂଧ୍ୟା ସୁଦ୍ଧା ମୋଟ ୫୭.୪୨ କୋଟି ନମୁନା ପରୀକ୍ଷା କରାଯାଇଛି । ସେହି ସମୟ ମଧ୍ୟରେ ୯୦.୭୯ କୋଟି ପାନ ଟିକା ମଧ୍ୟ ଦିଆଯାଇଛି । ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୪୮,୯୯୭କୁ ବୃଦ୍ଧିପାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

3 − two =