ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ଏପ୍ରିଲ୍ ମାସ ପରଠାରୁ ପ୍ରଥମ ଥର ପାଇଁ ଏକ ହଜାର ତଳକୁ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬,୧୪୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୭୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୨,୩୩,୧୮୩ ଓ ମୃତ୍ୟୁସଂଖ୍ୟା ୩,୯୬,୭୩୦ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

twenty − 1 =