ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୫ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ ଶହରୁ କିଛି ଅଧିକ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୮୨୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୨୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୦୧,୭୪୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୧,୧୮୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨,୮୪୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୩,୪୨,୯୦୧।

Share

Leave a Reply

Your email address will not be published. Required fields are marked *

five × five =