ଜାମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୦ ମୃତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଡ଼ୋଡା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ମିନି ବସ୍ ଯାଉଥିବା ବେଳେ ଖାଇକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି।

ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡୋଡା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ଯ ଜାରି ରହିଛି। ଘଟଣାସ୍ଥଳରେ ଆମ୍ବୁଲାନ୍ସର ସହିତ ଅନେକ ସଂଖ୍ୟାରେ ଫୋର୍ସ ମୁତୟନ ହୋଇଛନ୍ତି । ସ୍ଥାନୀୟ ବାସିନ୍ଦା ମଧ୍ୟ ଉଦ୍ଧାର କାର୍ଯ୍ଯରେ ସୁରକ୍ଷା ବାହିନୀକୁ ସାହାଯ୍ୟ କରୁଛନ୍ତି ।

ଜାମ୍ମୁ-କାଶ୍ମୀର ଥଠରୀରେ ହୋଇଥିବା ସଡ଼କ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ଓ ଆହତମାନଙ୍କୁ ୫୦ହଜାର ଟଙ୍କା ଦିଆଯିବ ବୋଲି କହିଛନ୍ତି।

Share

Leave a Reply

Your email address will not be published. Required fields are marked *

2 × four =