ହୋମ ଆଇସୋଲେସନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ() କରୋନା ପାଇଁ ଦେଶରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଦେଶରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା ।

ଏହାରି ଭିତରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଅସୁସ୍ଥ ହୋଇପଡ଼ିଥିବା ଜଣାଯାଇଛି । ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ହୋମ ଆଇସୋଲେସନରେ ରଖାଯାଇଥିବା ଜଣାଯାଇଛି । ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ତାଙ୍କ କରୋନା ଟେଷ୍ଟ କରାଯିବ ବୋଲି ଜଣାଯାଇଛି ।

Share

Leave a Reply

Your email address will not be published. Required fields are marked *

13 − 10 =