ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ ଦେଶମୁଖ

ମୁମ୍ବାଇ: ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଅନୀଲ ଦେଶମୁଖଙ୍କ ଇସ୍ତଫା  । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ । ତେବେ ନିର୍ଦ୍ଦେଶ ଆସିବାର କିଛି ସମୟ ମଧ୍ୟରେ ଅନୀଲ ଦେଶମୁଖ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଦେଖା କରିଥିଲେ । ସେଠାରୁ ଫେରି ସେ ଇସ୍ତଫା ପ୍ରଦାନ କରିଛନ୍ତି । ସେ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଦେଇଛନ୍ତି ।

ସୂଚନା ଅନୁଯାୟୀ, କିଛିଦିନ ପୂର୍ବରୁ ମହାରାଷ୍ଟ୍ରର ପୂର୍ବତନ ପୋଲିସ କମିସନର ପରମବୀର ସିଂହ ଅନିଲ ଦେଶମୁଖଙ୍କ ବିରୁଦ୍ଧରେ ଲାଞ୍ଚ ଅଭିଯୋଗ ଆଣିଥିଲେ । ଅନିଲ ଦେଶମୁଖ ୧୦୦ କୋଟି ଟଙ୍କା ଲାଞ୍ଚ ମାଗୁଥିବା ଅଭିଯୋଗ କରିଥିଲେ ପୂର୍ବତନ ପୋଲିସ କମିସନର ପରମବୀର ସିଂହ । ଏନେଇ ପରମବୀର ସିଂ ହାଇକୋର୍ଟରେ ମାମଲା ଦାୟର କରିଥିଲେ । ଏହି ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ଆଜି ପ୍ରାଥମିକ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହାକୁ ଦୃଷ୍ଟିରେ ରଖି ଅନିଲ ଦେଶମୁଖ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ଏଠି ପ୍ରଶ୍ନ ଉଠୁଛି କି ଅନୀଲ ଦେଶମୁଖ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଛନ୍ତି ନା କୌଣସି ଚାପରେ ପଡି ଇସ୍ତଫା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

eight − 2 =