ଭବାନୀପୁର ଆସନରେ ଜିତିଲେ ମମତା

କୋଲକାତା: ପଶ୍ଚିମବଙ୍ଗର ଭବାନୀପୁର ଆସନରେ ବିପୁଳ ଭୋଟରେ ଜିତିଛନ୍ତି ମମତା ବାନାର୍ଜୀ । ୫୮ ଜହାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି ଦିଦି । ବିଜେପି ପ୍ରାର୍ଥୀ ପ୍ରିୟଙ୍କାଙ୍କୁ ସେ ଶୋଚନୀୟ ଭାବେ ପରାଜିତ କରିଛନ୍ତି । ୨୧ ରାଉଣ୍ଡର ଗଣତି ପରେ ମମତା ବିଜୟୀ ହୋଇଛନ୍ତି । ଆନୁଷ୍ଠନିକ ଭାବେ କୌଣସି ଘୋଷଣା ହୋଇନଥିଲେ ମଧ୍ୟ ମମତାଙ୍କ ବିଜୟୀ ହୋଇଥିବା ସ୍ପଷ୍ଟ ହୋଇଛି ।

ଗତ ୩୦ ତାରିଖରେ ଭବାନୀପୁର ଉପ-ନିର୍ବାଚନ ପାଇଁ ମତଦାନ ହୋଇଥିଲା । ଆଉ ଏହି ଉପ-ନିର୍ବାଚନରେ ମମତା ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରିଥିଲେ । ମମତାଙ୍କ ପାଇଁ ଏହି ନିର୍ବାଚନ ବେଶ ଗୁରୁତ୍ୱପୂର୍ଣ୍ଣ ଥିଲା । କାରଣ ନିର୍ବାଚନର ଫଳାଫଳ ମମତାଙ୍କ ସପକ୍ଷରେ ନ ଯାଇଥିଲେ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିଥାନ୍ତା । କାରଣ ନିୟମ ଅନୁଯାୟୀ, କୌଣସି ବ୍ୟକ୍ତି ବିଧାନସଭାର ସଦସ୍ୟ ନଥାଇ ଯଦି ମୁଖ୍ୟମନ୍ତ୍ରୀ ହୋଇଥାନ୍ତି ତେବେ ତାଙ୍କୁ ୬ ମାସ ମଧ୍ୟରେ ବିଧାନସଭାକୁ ନିର୍ବାଚିତ ହେବାକୁ ପଡିଥାଏ । ନଚେତ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିଥାଏ । ଯେହେତୁ ମମତା ନନ୍ଦୀଗ୍ରାମ ଆସନରୁ ପରାଜିତ ହେବା ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ରହିଛନ୍ତି ତେଣୁ ଭବାନୀପୁର ଆସନରେ ବିଜୟୀ ହେବା ତାଙ୍କ ପାଇଁ ଜରୁରୀ ହୋଇ ପଡିଥିଲା ।

Share

Leave a Reply

Your email address will not be published. Required fields are marked *

5 × five =