ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି ମନମୋହନ ସିଂହ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ରହିଛି । ତାଙ୍କୁ ଦିଲ୍ଲୀ ଏମ୍ସରେ ଚିକିତ୍ସା କରାଯାଉଛି । ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତାଙ୍କୁ ଭେଟିଥିବା ବେଳେ ମନମୋହନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୮୮ ବର୍ଷୀୟ ଡକ୍ଟର ସିଂ ଏମ୍ସର କାର୍ଡିଓ ନ୍ୟୁରୋ ଟାୱାରରେ ଚିକିତ୍ସିତ ହେଉଛନ୍ତି ଜ୍ଝ ତେବେ ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଥିବା ଏମ୍ସ ଡାକ୍ତରମାନେ କହିଛନ୍ତି।

ମନମୋହନ ସିଂ ସମ୍ପ୍ରତି ରାଜସ୍ଥାନରୁ ରାଜ୍ୟସଭା ସଦସ୍ୟ ଅଛନ୍ତି। ୨୦୦୪ ରୁ ୨୦୧୪ ପର୍ୟ୍ୟନ୍ତ ସେ ଦେଶର ପ୍ରଧାନମନ୍ତ୍ରୀ ଥିଲେ। ମନମୋହନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ପାଇଁ ଦିଲ୍ଲୀ ଏମ୍ସରେ ଏକ ମେଡିକାଲ ବୋର୍ଡ ଗଠନ କରାଯାଇଛି ଜ୍ଝ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ ଏହାର ନେତୃତ୍ୱ ନେଉଛନ୍ତି। ମନମୋହନ ସିଂହ ଚଳିତ ବର୍ଷ ୧୯ ଏପ୍ରିଲରେ କରୋନା ସଂକ୍ରମିତ ହୋଇଥିଲେ। ସେତେବେଳେ ବି ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା ଜ୍ଝ ୧୦ ଦିନ ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା ।

Share

Leave a Reply

Your email address will not be published. Required fields are marked *

eighteen − 4 =