ମନ୍ତ୍ରୀ ଓ ବିଧାୟକଙ୍କୁ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଦାୟିତ୍ବ, ବାଦ ପଡିଲେ ଅରୁଣ

ଭୁବନେଶ୍ବର () ଜିଲ୍ଲା ଯୋଜନା ବୋର୍ଡର ପୁର୍ନଗଠନ କରାଯାଇଛି । କିଛି ମନ୍ତ୍ରୀଙ୍କ ସହ ବିଧାୟକଙ୍କୁ ବି ଜିଲ୍ଲା ଯୋଜନା ବୋର୍ଡ ଦାୟିତ୍ବ ମିଳିଛି । ତେବେ କୃଷିମନ୍ତ୍ରୀ ଅରୁଣ ସାହୁ, ଦକ୍ଷତା ବିକାଶ ମନ୍ତ୍ରୀ ପେମାନନ୍ଦ ନାୟକ ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ କୌଣସି ଜିଲ୍ଲା ଯୋଜନା ବୋର୍ଡ ଦାୟିତ୍ବ ମିଳିନାହିଁ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି ।

ପଂଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମୟୁରଭଂଜ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କୁ ଯାଜପୁର, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ କେନ୍ଦ୍ରାପଡା, ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀଙ୍କୁ ପୁରୀ, ଅନୁସୂଚିତ ଜାତି ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ଗଜପତି, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ, ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ସୋନପୁର, ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ ରାୟଗଡା, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ ନବରଙ୍ଗପୁର, କ୍ରିଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି, ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ବଲାଙ୍ଗିର, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ସମ୍ବଲପୁର, ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡା, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୁଳ, ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଢେଙ୍କାନାଳ, ପୂର୍ତ୍ତ ଓ ଇସ୍ତାତ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦେବଗଡ ଓ କେନ୍ଦୁଝର ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କଳାହାଣ୍ଡି ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି ।

ସେହିଭଳି ବିଧାୟକ ଅନନ୍ତ ଦାସଙ୍କୁ ବାଲେଶ୍ବର, ବିଧାୟକ ବ୍ୟୋମୋକେଶ ରାୟଙ୍କୁ ଭଦ୍ରକ, ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଜଗତସିଂହପୁର, ବିଧାୟକ ଡକ୍ଟର ପ୍ରମୋଦ ମଲ୍ଲିକଙ୍କୁ କଟକ, ବିଧାୟକ ପ୍ରଶାନ୍ତ କୁମାର ଜଗଦେବଙ୍କୁ ଖୋର୍ଦ୍ଧା, ବିଧାୟକ ସତ୍ୟନାରାୟଣ ପ୍ରଧାନଙ୍କୁ ନୟାଗଡ, ବିଧାୟକ ଶ୍ରୀକାନ୍ତ ସାହୁଙ୍କୁ ଗଂଜାମ, ବିଧାୟକ ମହିଧର ରଣାଙ୍କୁ ବୌଦ୍ଧ, ବିଧାୟକ ରଘୁନାଥ ପୋଡାଲଙ୍କୁ କୋରାପୁଟ, ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନୂଆପଡା, ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ, ବିଧାୟକ ସାରଦା ପ୍ରସାଦ ନାୟକଙ୍କୁ ସୁନ୍ଦରଗଡ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

1 × two =