ପ୍ରତାପଙ୍କୁ ମୋଦିଙ୍କ ଫୋନକଲ୍

ମୋଦି ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ । ପ୍ରତାପ ଷଡ଼ଙ୍ଗୀଙ୍କୁ ପିଏମଓରୁ ଫୋନ୍ କଲ୍ ଆସିଥିବା ସୂଚନା ମିଳିଛି । ପୂର୍ବରୁ ବିଧାନସଭାକୁ ୨ ଥର ନିର୍ବାଚିତ ହୋଇଥିବା ପ୍ରତାପ ଷଡଙ୍ଗୀ, ପ୍ରଥମ ଥର ପାଇଁ ସଂସଦକୁ ନିର୍ବାଚିତ ହୋଇଛନ୍ତି । ଏବେ ଜାତୀୟ ଗଣମାଧ୍ୟମରେ ପ୍ରତାପ ଷଡଙ୍ଗୀଙ୍କ କାହାଣୀଙ୍କୁ ନେଇ ସବୁଠୁ ଅଧିକ ଚର୍ଚ୍ଚା । ପ୍ରତିପକ୍ଷ କୋଟିପତି ପ୍ରାର୍ଥୀଙ୍କୁ ହରାଇଥିବା ଏହି ନେତାଙ୍କୁ ଜାତୀୟ ଗଣମାଧ୍ୟମରେ ଖୁବ୍ ପ୍ରଶଂସା କରିଛନ୍ତି । ମାଟି ଘରେ ରହୁଥିବା, ସାଇକେଲ ଚଢୁଥିବା ଏବଂ ଗାମୁଛା ପିନ୍ଧି ନଳକୁଅରେ ଗାଧୋଉଥିବା ଚିତ୍ର ଏବେ ସୋସିଆଲ ମିଡ଼ିଆରେ ବି ଘୁରି ବୁଲୁଛି ।

Share

Leave a Reply

Your email address will not be published. Required fields are marked *

two × two =