ଶପଥ ନେଲେ ମୋଦି

ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ହିଁ ମୋଦିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦି ହିନ୍ଦୀ ଭାଷାରେ ହିଁ ଶପଥ ଗ୍ରହଣ କରିଛନ୍ତି। ସନ୍ଧ୍ୟା ଠିକ୍ ୭ଟାରେ ମୋଦି ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଶପଥ ଗ୍ରହଣ କରିଛନ୍ତି। ମୋଦିଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶପଥ ପାଠ କରାଉଛନ୍ତି ।ପ୍ରଥମେ କ୍ୟାବିନେଟ ମନ୍ତ୍ରୀ ମାନେ ଶପଥ ନେଉଥିବା ବେଳେ ପରେ ରାଷ୍ଟ୍ରମନ୍ତ୍ରୀ ମାନେ ଶପଥ ଗ୍ରହଣ କରିବେ ।

Share

Leave a Reply

Your email address will not be published. Required fields are marked *

two × two =