ରାଜଧାନୀ ଦିଲ୍ଲୀରେ ନାଇଟ୍ କର୍ଫ୍ୟୁ

ନୂଆଦିଲ୍ଲୀ: କରୋନା ସଂକ୍ରମଣର ଦ୍ୱିତୀୟ ଲହରୀକୁ ନଜରରେ ରଖି ରାଜଧାନୀ ଦିଲ୍ଲୀରେ ନାଇଟ୍ କର୍ଫ୍ୟୁ ଜାରି କରାଯାଇଛି | ଆଜି ଠାରୁ ଏପ୍ରିଲ ୩୦ ଯାଏଁ ଦିଲ୍ଲୀରେ ନାଇଟ୍‌ କର୍ଫ୍ୟୁ ଲାଗୁକରାଯାଇଛି । ରାତି ୧୦ଟାରୁ ଭୋର ୫ ଯାଏଁ ଦିଲ୍ଲୀରେ ବଳବତ୍ତର ରହିବ ନାଇଟ୍ କର୍ଫ୍ୟୁ ।ତେବେ ପୂର୍ବରୁ ମଧ୍ୟ ପ୍ରଦେଶ ଏବଂ ମହାରାଷ୍ଟ୍ରରେ ନାଇଟ୍‌ କର୍ଫ୍ୟୁ ଲାଗୁହୋଇସାରିଛି । ରାଜଧାନୀ ଦିଲ୍ଲୀରେ ଗତ ୩ ସପ୍ତାହ ହେଲା କରୋନା ସଂକ୍ରମଣ ଲଗାତାର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୩୫୪୮ ନୂଆ ମାମଲା ସାମ୍ନାକୁ ଆସିଛି ।

ଦେଶରେ ୨୪ ଘଣ୍ଟା ଭିତରେ ୯୬ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ କରୋନା କାରଣରୁ ୪୪୬ଜଣଙ୍କର ମୃତ୍ୟୁ ହୋଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟି ୨୬ଲକ୍ଷ ୮୬ହଜାର ୪୯କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ଏକ କୋଟି ୧୭ଲକ୍ଷ ୩୨ହଜାର ୨୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ ୭ଲକ୍ଷ ୮୮ହଜାର ୨୨୩ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

two × four =