ଆଜି ପୁଣି ବଢ଼ିଲା ପେଟ୍ରୋଲ ଦର

ନୂଆଦିଲ୍ଲୀ: ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଉଥିବା ବେଳେ ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଦରରେ ନିଆଁ ଲାଗିଛି ଅର୍ଥାତ ଦରରେ ବୃଦ୍ଧି ଘଟିଛି । କିନ୍ତୁ ଡିଜେଲ ଦର ସ୍ଥିର ରହିଛି । ପେଟ୍ରୋଲ ଦରରେ ୨୯ ରୁ ୩୦ ପଇସା ପପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।

ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୧.୮୪ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୯.୮୭ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୨.୦୮ ଟଙ୍କା ଏବଂ ଡିଜେଲ ୯୩.୦୨ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୦୭.୮୩ ଟଙ୍କା ଏବଂ ଡିଜେଲ ଦର ୯୭.୪୫ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୧୦୨.୪୯ ଟଙ୍କା ଏବଂ ଡିଜେଲ ୯୪.୩୯ ଟଙ୍କା ରହିଛି ।

ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ ।

Share

Leave a Reply

Your email address will not be published. Required fields are marked *

thirteen + fourteen =