ଚାଷୀଙ୍କ ଆକାଉଣ୍ଟକୁ ଗଲା ପିଏମ କିଷାନ ସମ୍ମାନନିଧି ଯୋଜନାର ଅଷ୍ଟମ କିସ୍ତି

ନୂଆଦିଲ୍ଲୀ: ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନ ସମ୍ମାନନିଧି ଯୋଜନାର ଅଷ୍ଟମ କିସ୍ତି ।ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀଙ୍କ ଆକାଉଣ୍ଟକୁ ଏହି ଅର୍ଥରାଶି ପଠାଇଛନ୍ତି । ଭର୍ଚୁଆଲ ପ୍ଲାଟଫର୍ମ ଜରିଆରେ ହେବାକୁ ଥିବା ଏହି ସମାରୋହରେ ଦେଶର ପ୍ରାୟ ୯.୫ କୋଟି କୃଷକଙ୍କ ଖାତାକୁ ୧୯ ହଜାର କୋଟି ଟଙ୍କା ପଠାଯିବ।

ସୂଚନା ଅନୁଯାୟୀ, ବର୍ତମାନ ସୁଦ୍ଧା ଏହି ଯୋଜନାରେ ୧.୧୫ ଲକ୍ଷ କୋଟି ଟଙ୍କା ହିତାଧିକାରୀଙ୍କ ଖାତାକୁ ଯାଇସାରିଲାଣି । ଏହି ଯୋଜନାରେ ପ୍ରତ୍ୟେକ ବର୍ଷ ଯୋଗ୍ୟ ହିତାଧିକାରୀଙ୍କୁ ୬ ହଜାର ଟଙ୍କା ଦିଆଯାଉଛି । ଏହି ଟଙ୍କା ପ୍ରତ୍ୟେକ ବର୍ଷ ୪ ମାସ ଅନ୍ତରରେ ୩ଟି କିସ୍ତିରେ ଆସୁଛି । ସପ୍ତମ କିସ୍ତି ଗତବର୍ଷ ୨୫ ଡିସେମ୍ବରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ଜୟନ୍ତୀରେ ପଠାଯାଇଥିଲା । ଅନ୍ୟପକ୍ଷେ ରାଜ୍ୟରେ ଆଜି କୃଷକଙ୍କୁ ‘ କାଳିଆ ଯୋଜନା ‘ ଟଙ୍କା ପ୍ରଦାନ କରାଯିବ । ଏହି ଟଙ୍କାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇବେ ।

 

Share

Leave a Reply

Your email address will not be published. Required fields are marked *

nine − 2 =