ପ୍ରତାପ ଜେନା ସର୍ବଶ୍ରେଷ୍ଠ ମନ୍ତ୍ରୀ

ନୂଆଦିଲ୍ଲୀ() ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ଦିଆଯାଇଛି । ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକ ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ଫେମ ଇଣ୍ଡିଆ ପକ୍ଷରୁ ମନ୍ତ୍ରୀମାନଙ୍କ ବିଭିନ୍ନ କାର୍ୟ୍ୟର ଆକଳନ ସହ ଦାୟିତ୍ୱସମ୍ପନ୍ନ ହୋଇ କାର୍ୟ୍ୟ କରିବା ଓ ସର୍ବୋପରି ଦୁର୍ନୀତିଠାରୁ ଦୂରେଇ ରହିବା ଆଦି ଦିଗକୁ ଆକଳନ କରାଯିବା ପରେ ଏହି ଜାତୀୟ ସ୍ତରର ପୁରସ୍କାର ପ୍ରଦାନ କରାଯାଇଥାଏ।ଜେନା ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ପଞ୍ଚମଥର ପାଇଁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିବାବେଳେ ବିଜୁ କୃଷକ ଜନତା ଦଳର ସାଧାରଣ ସମ୍ପାଦକ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀଭାବେ ଜେନା ଦାୟିତ୍ୱ ନିର୍ବାହ କରୁଛନ୍ତି।

Share

Leave a Reply

Your email address will not be published. Required fields are marked *

two + sixteen =