ପୁଲଓ୍ୱାମାରେ ପୁଣି ସୁରକ୍ଷାକର୍ମୀ- ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର()  ଜମ୍ମୁ କଶ୍ମୀରର ପୁଲଓ୍ୱାମାରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଯବାନ ସହିଦ ହୋଇଥିବାବେଳେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ଆତଙ୍କବାଦୀ ଲୁଚିଥିବା ଖବର ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ସେନା । ଲୁଚିଥିବା ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳିମାଡ କରିଥିଲେ । ଜବାବରେ ପାଲଟା ଗୁଳିମାଡ କରିଥିଲେ ଯବାନ । ଏଥିରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଥିବା ସୂଚନା ରହିଛି। ଏଥିସହ ୨ ଜଣ ଯବାନ ଓ ଜଣେ ସାଧାରଣ ନାଗରିକ ଆହତ ହୋଇଥିବା ସୂଚନା ରହିଛି।ତେବେ ସୁରକ୍ଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

15 + seventeen =