ପାଇଲଟଙ୍କୁ ସାଲ୍ୟୁଟ: ରାହୁଲ

ପିଓକେ ଆକଙ୍କବାଦୀ ଆଡ୍ଡା ଉପରେ ବାୟୁସେନାର ଆକ୍ରମଣକୁ ପ୍ରଶଂସା କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ । ରାହୁଲ ଗାନ୍ଧୀ ସେନା ଅଧିକାରୀଙ୍କୁ ଧନ୍ୟବାଦ ଦେବା ସହ ବାୟୁସେନାରେ ପାଇଲଟଙ୍କୁ ସାଲ୍ୟୁଟ କରିଛନ୍ତି ।
ପୁଲୱାମା ଆକ୍ରମଣ ପରେ ପାକିସ୍ତାନ ବିରୋଧରେ କଡା କାର୍ୟ୍ୟାନୁଷ୍ଠାନ ନେଇଛି ଭାରତ । ଏଲଓସିରେ ଆତଙ୍କବାଦୀ ଲଂଚ ପ୍ୟାଡ ଉପରେ ଆକ୍ରମଣ କରିଛି ଭାରତୀୟ ବାୟୁସେନା । ପାକ୍ ଅଧିକୃତ କାଶ୍ମୀରରେ ପଶି ଜେଶ-ଏ-ମହମ୍ମଦ ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ କରିଛି ବାୟୁସେନାର ୧୨ଟି ଯୁଦ୍ଧ ବିମାନ । ମିରାଜ-୨୦୦୦ ବିମାନ, ଭୋର ସାଢେ ୩ଟାରେ ପିଓକେରେ ୧ ହଜାର କିଲୋଗ୍ରାମର ବମ୍ ପକାଇ ଆତଙ୍କୀ ଆଡ୍ଡାକୁ ଧ୍ୱଂସ କରିଛି । ଏହି ଆକ୍ରମଣରେ ଜେଶ-ଏ-ମହମ୍ମଦ ଆତଙ୍କୀ ସଂଗଠନର ୩ଟି କଂଟ୍ରୋଲ ରୁମ୍ ଧ୍ୱଂସ ହୋଇଛି ।
ବାଲାକୋଟ୍, ଚକୋଟି ଓ ମୁଜାଫରବାଦ୍ ଲଂଚ ପ୍ୟାଡ୍କୁ ମାଟିରେ ମିଶାଇ ଦେଇଛି ଭାରତୀୟ ବାୟୁସେନା । ଭୋର ୩ଟା ୪୫ରେ ବାଲାକୋଟ୍ ଆତଙ୍କୀ ଆଡ୍ଡାରେ ବୋମା ବର୍ଷା କରିଥିଲା ମିରାଜ୍ ଯୁଦ୍ଧ ବିମାନ । ଏହାର ଠିକ୍ ୩ ମିନିଟ୍ ପରେ ଅର୍ଥାତ୍ ୩ଟା ୪୮ରେ ମୁଜାଫରବାଦ୍ ଲଂଚ ପ୍ୟାଡରେ ହମଲା କରିଥିଲେ ଭାରତୀୟ ସେନା ।

Share

Leave a Reply

Your email address will not be published. Required fields are marked *

20 − twelve =