ବ୍ରିଟେନକୁ ପଛରେ ପକାଇ ଚତୁର୍ଥ ସ୍ଥାନରେ ଭାରତ

ନୂଆଦିଲ୍ଲୀ() ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାସହ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୭,୫୩୫ ଥିବା ବେଳେ ମୃତ୍ୟୁ ସଂଖ୍ୟା ୮,୪୯୮ ରେ ପହଞ୍ଚିଛି । ସେହିପରି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୪୧,୮୪୨ ରହିଛି । ଦେଶରେ ସୁସ୍ଥ ହେଲେଣି ୧,୪୭,୧୯୫ଜଣ । ଗତ ୨୪ଘଣ୍ଟାରେ ସର୍ବାଧିକ ୧୦,୯୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯୬ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ସୁସ୍ଥ ହାର ୪୯.୪୭% ରହିଛି ।ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ସେପଟେ ଆମେରିକା ପ୍ରଥମ ସ୍ଥାନରେ ଥିବାବେଳେ, ବ୍ରାଜିଲ ୨ୟ ସ୍ଥାନରେ ଓ ୩ୟ ସ୍ଥାନରେ ରୂଷିଆ ରହିଥିବା ବେଳେ ଭାରତ ଚତୁର୍ଥ ସ୍ଥାନରେ ରହିଛି । ବ୍ରିଟେନକୁ ପଛରେ ପକାଇ ଭାରତ ଚତୁର୍ଥ ସ୍ଥାନରେ ରହିଛି ।

ସେହିପରି ମହାରାଷ୍ଟ୍ରରେ ୯୭,୬୪୮ ଓ ଦିଲ୍ଲୀରେ ୩୪,୬୮୭ ଜଣ ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି ।

Share

Leave a Reply

Your email address will not be published. Required fields are marked *

nine − two =