ଦୁଷ୍କର୍ମ ମାମଲାରେ ବିଧାୟକଙ୍କୁ ଆଜୀବନ ଜେଲ

ନୂଆଦିଲ୍ଲୀ ()  ଉତ୍ତରପ୍ରଦେଶର ବହୁଚର୍ଚ୍ଚିତ ଉନ୍ନାଓ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ବହିଷ୍କୃତ ବିଜେପି ବିଧାୟକ କୁଲଦୀପ ସିଂହ ସେଙ୍ଗରଙ୍କୁ ଆଜୀବନ କାରାଦଣ୍ଡ । ଦିଲ୍ଲୀର ତିସହଜାରୀ କୋର୍ଟ ଆଜି ଏହି ମାମଲାର ଦଣ୍ଡଶୁଣାଣିକରିଛନ୍ତି । ଆଜୀବନ ଜେଲ୍ ସହ ୨୫ ଲକ୍ଷ ଟଙ୍କାର ଜରିମାନା କରିଛନ୍ତି ।

୨୦୧୭ରେ ଉନ୍ନାଓ ନାବାଳିକା ସେଙ୍ଗରଙ୍କ ଦ୍ବାରା ଦୁଷ୍କର୍ମର ଶିକାର ହୋଇଥିଲେ । ପୀଡ଼ିତା ଏବଂ ତାଙ୍କ ପରିବାର ସଦସ୍ୟ ବାରମ୍ବାର ପୁଲିସରେ ଅଭିଯୋଗ କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ପୁଲିସ ଅଭିଯୋଗ ଗ୍ରହଣ କରି ନଥିଲା । ସେଙ୍ଗର ସ୍ଥାନୀୟ ଅଂଚଳର ଜଣେ ଟାଣୁଆ ନେତା ହୋଇଥିବାରୁ ପୁଲିସ ଅଭିଯୋଗ ରଖି ନଥିଲା ବୋଲି ପୀଡ଼ିତା ଅଭିଯୋଗ କରିଥିଲେ ।

Share

Leave a Reply

Your email address will not be published. Required fields are marked *

three × 1 =