ପରଲୋକରେ ଯୋଗୀ ଆଦିତ୍ୟନାଥ ପିତା

ନୂଆଦିଲ୍ଲୀ () ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପିତା ଆନନ୍ଦ ସିଂହ ବିଷ୍ଟଙ୍କ ଆଜି ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗତ କିଛି ଦିନ ହେବ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବା ବେଳେ ଆଜି ସକାଳ ୧୦ଟା ୪୦ ମିନିଟରେ ତାଙ୍କର ମୃତ୍ୟୁ ହୋଇଛି । ତେବେ ମୁଖ୍ୟମନ୍ତ୍ରୀ ଯୋଗୀ ନିଜର ପିତାଙ୍କ ଦେହାନ୍ତ ସମ୍ପର୍କରେ ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

16 + 1 =