ଜାଣନ୍ତୁ ଦେଶର କରୋନା ଅପଡେଟ୍‌

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୮ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୧ ହଜାରରୁ ସାମାନ୍ୟ ଅଧିକ ରହିଛି।କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୮,୭୮୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧,୦୦୫ ମୃତ୍ୟୁ ରେକର୍ଡ କରାଯାଇଛି।

ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୦୪,୧୧,୬୩୪ ଓ ମୃତ୍ୟୁସଂଖ୍ୟା ୩,୯୯,୪୫୯ରେ ପହଞ୍ଚିଛି।ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୧,୫୮୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୪,୮୮,୯୧୮ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

seventeen + 15 =