ଦେଶରେ ୨୪ ଘଣ୍ଟାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୧

ନୂଆଦିଲ୍ଲୀ: ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୨୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୧ ହଜାର ୯୮୧କୁ ବୃଦ୍ଧି ପାଇଛି । ଦିନକରେ ୫୪ ହଜାର ୬୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮୨ ହଜାର ୭୭୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୭ ହଜାର ୫୭ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୦ ଲକ୍ଷ ୬୩ ହଜାର ୭୪୦ରେ ପହଞ୍ଚିଛି । କାଲି ସୁଦ୍ଧା ୩୦ କୋଟି ୧୬ ଲକ୍ଷ ୨୬ ହଜାର ୨୮ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

7 + seventeen =