ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୭ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୨.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା ଅଧିକ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୭,୨୦୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୩୩୦ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୭,୦୦,୩୧୩ ଓ ମୃତ୍ୟୁସଂଖ୍ୟା ୩,୮୧,୯୦୩ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୦୩,୫୭୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୪,୯୧,୬୭୦ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

17 − seven =